1. ଅନ୍ୟାନ୍ୟ

୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୨, ୨୦୨୪ ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।

Tanushree Mahapatra
Tanushree Mahapatra
PM to distribute more than 1 lakh appointment letters

PM to distribute more than 1 lakh appointment letters

ରୋଜଗାର ମେଳା ଅଧୀନରେ ଫେବୃଆରୀ ୧୨ ରେ ସରକାରୀ ବିଭାଗ ଏବଂ ସଂଗଠନରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ l ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ବିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ l ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ l ଅନଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନିଜକୁ ପ୍ରଶିକ୍ଷଣ ଦେବେ ନବନିଯୁକ୍ତ କର୍ମଚାରୀ l

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୨, ୨୦୨୪ ପୂର୍ବାହ୍ନ ସାଢେ ୧୦ ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୧ ଲକ୍ଷରୁ ଅଧିକ ନବନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ ସମନ୍ୱିତ କମ୍ପ୍ଲେକ୍ସ "କର୍ମଯୋଗୀ ଭବନ"ର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିବେ । ଏହି କମ୍ପ୍ଲେକ୍ସ ମିଶନ କର୍ମଯୋଗୀର ବିଭିନ୍ନ ସ୍ତମ୍ଭ ମଧ୍ୟରେ ସହଯୋଗ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ ।

ସାରା ଦେଶରେ ୪୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେବ । ଏହି ପଦକ୍ଷେପକୁ ସମର୍ଥନ କରି କେନ୍ଦ୍ର ସରକାରଙ୍କ ବିଭାଗ ଏବଂ ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ପ୍ରଦାନ କରାଯାଉଛି। ନୂତନ ନିଯୁକ୍ତମାନେ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗଦେବେ ଯେଉଁଥିରେ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ଆଣବିକ ଶକ୍ତି ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ଆର୍ଥିକ ସେବା ବିଭାଗ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ,  ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ମନ୍ତ୍ରଣାଳୟ ବିଭିନ୍ନ ପଦବୀ ସାମିଲ୍ ରହିଛି।

ରୋଜଗାର ମେଳା ହେଉଛି ଦେଶରେ ରୋଜଗାର ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟି କରିବ ଏବଂ ଜାତୀୟ ବିକାଶରେ ଯୁବକମାନଙ୍କ ସଶକ୍ତୀକରଣ ଏବଂ ପ୍ରତ୍ୟକ୍ଷ ଅଂଶଗ୍ରହଣ ପାଇଁ ଲାଭଦାୟକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।

ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଏକ ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଥିରେ 'ଯେକୌଣସି ସ୍ଥାନରେ ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୮୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments